fbpx

ଧାମନଗର ଉପନିର୍ବାଚନ : ଆଗରେ ସୁରଜ ,ଦ୍ଵିତୀୟ ରାଉଣ୍ଡରେ ମଧ୍ୟ ଆଗୁଆ ବିଜେପି

Advertisement

ଧାମନଗର: ଆଜି ଆସିବ ଧାମନଗର ଉପନିର୍ବାଚନ ଫଳାଫଳ । ଆରମ୍ଭ ହୋଇଛି ଭୋଟ ଗଣତି । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭୋଟ୍ ଗଣତି ପାଇଁ ଭଦ୍ରକ ସଂସ୍କୃତି ଭବନରେ ବ୍ୟବସ୍ଥା କରାଯାଇଛି । ଭୋଟ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି। ୧୮ଟି ରାଉଣ୍ଡରେ ହେବ ଭୋଟ୍ ଗଣତି । ପ୍ରତି ରାଉଣ୍ଡ ପରେ ଘୋଷଣା ହେବ ଫଳାଫଳ । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହୋଇଛି ବର୍ତ୍ତମାନ ସୁଦ୍ଧା ବିଜେପି ଆଗୁଆ ଅଛି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ଠାରୁ ଆଗୁଆ ରହିଛନ୍ତି। ପ୍ରଥମ ରାଉଣ୍ଡ ରେ ବିଜେପି ଆଗରେ ରହି ଥିଲା । ବର୍ତ୍ତମାନ ଦ୍ଵିତୀୟ ରାଉଣ୍ଡ ଗଣତି ଚାଲିଛି। ଏବେ ସୁଦ୍ଧା ବିଜେଡି କୁ ୭୩୫୮ ଭୋଟ ମିଳିଥିବା ବେଳେ ବିଜେପି କୁ ୮୭୩୭ ଭୋଟ ମିଳିଛି ଆଉ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଙ୍କୁ ୫୯୭ ଭୋଟ ମିଳିଛି । ଏହା ସହ କଂଗ୍ରେସ କୁ ୩୧୩ ଭୋଟ ମିଳିଛି।

କାଉଣ୍ଟିଂରେ ପ୍ରତି ଟେବୁଲ ପାଇଁ ଜଣେ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଡ ସୁପରଭାଇଜର ଆଉ ଜଣେ ମାଇକ୍ରୋ ଅବଜରଭର ରହିଛନ୍ତି । ଏହାସହ ପ୍ରତି ଟେବୁଲରେ ପ୍ରାର୍ଥୀମାନଙ୍କର ଜଣେ ଲେଖାଏଁ କାଉଣ୍ଟିଙ୍ଗ ଏଜେଣ୍ଟ ମଧ୍ୟ ରହିବେ । ୧୪ଟି ଟେବୁଲ୍ ବ୍ୟତୀତ ରିଟର୍ଣ୍ଣିଂ ଅଫିସରଙ୍କ ପାଇଁ ଏକ ସେଣ୍ଟ୍ରାଲ ଟେବୁଲ ରହିବ । ଧାମନଗର ବ୍ଲକରୁ ଗଣତି ଆରମ୍ଭ ହୋଇ ତିହିଡ଼ି ବ୍ଲକରେ ସରିବ ।

Get real time updates directly on you device, subscribe now.