fbpx

ଧର୍ମଗଡ଼ ସଡକ ଦୁର୍ଘଟଣା: ମୃତ ବ୍ୟକ୍ତିଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇଥିଲେ। ତେବେ ଏହି ଘଟଣା ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଦୁଃଖ ପ୍ରକାଶ କରିଛନ୍ତି। ଏବଂ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Get real time updates directly on you device, subscribe now.