fbpx

ଝାଡ଼ଖଣ୍ଡ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଆ ଭାଷାର ସୁରକ୍ଷା ନେଇ ଝାଡ଼ଖଣ୍ଡ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଝାଡ଼ଖଣ୍ଡ ଓ ଆନ୍ଧ୍ରରେ ଓଡ଼ିଆ ଭାଷା ଓ ଓଡ଼ିଶାର ସ୍ୱାର୍ଥକୁ ଗୁରୁତ୍ୱ ଦେଇ ଉପଯୁକ୍ତ ନେବାକୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର । ଏହି ଘଟଣା ସମ୍ପର୍କରେ ସେ ଉଭୟ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗମୋହନ ରେଡ୍ଡୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ।

୨ ରାଜ୍ୟରେ ଓଡ଼ିଆ ଭାଷାର ଗୁରୁତ୍ୱ ନେଇ ଅବଗତ କରାଇବା ସହିତ ସଂଖ୍ୟାଲଘୁ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଓଡ଼ିଆ ପଢ଼ାରେ ବ୍ୟାଘାତ ନେଇ ଉଦବେଗ ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର । ଜାତୀୟ ଶିକ୍ଷାନୀତି ୨୦୨୦ରେ ଥିବା ମୂଲ୍ୟବୋଧକୁ କାର୍ଯ୍ୟକାରୀ କରିବା ତଥା ଛାତ୍ରଛାତ୍ରୀଙ୍କୁ ମାତୃଭାଷାରେ ପଢ଼ାଇବା ନେଇ ପରାମର୍ଶ ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

Get real time updates directly on you device, subscribe now.