ଭୁବନେଶ୍ବର: ଓଡିଶାକୁ ମିଳିଲା ନୂଆ ରାଜ୍ୟପାଳ । ଶପଥ ନେଲେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରି ବାବୁ । ତେବେ ହାଇକୋର୍ଟର ମୁଖ୍ୟ ବିଚାରପତି ହରିବାବୁଙ୍କୁ ଶପଥ ପାଥ କରାଇଛନ୍ତି । ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା ।
ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦାନ କରିଥିଲେ । ଏହାସହିତ ଗର ଉନ୍ନୟନ ମନ୍ତ୍ରୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।
ଯଦି ଦେଖିବା, ଛାତ୍ର ରାଜନୀତିରୁ କ୍ୟାରିୟ କରିଥିଲେ ଡ. ହରିବାବୁ କମ୍ଭମପତି । ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। 71 ବର୍ଷୀୟ ହରିବାରୁ ପୂର୍ବରୁ ମିଜୋରାମର ରାଜ୍ୟପାଳ ରହିିଥିଲେ। ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ। ତେବେ ଆଜି ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା ପରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ ହରିବାବୁ କମ୍ଭମ୍ପତିଙ୍କୁ ନିଯୁକ୍ତି ମିଳିଥିଲା ।