fbpx
BSKY
BJD MC SKY
BJD MS SKY

ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଭାରତର ଇତିହାସରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ । ଭାରତ ଗଣରାଜ୍ୟର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ପ୍ରଥମ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ । ସଂସଦର ସେଣ୍ଟ୍ରାଲ ହଲରେ ସୁପ୍ରିମକୋର୍ଟର ପ୍ରଧାନବିଚାରପତି ଜଷ୍ଟିସ୍ ଏନ. ଭି. ରମନ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥଗ୍ରହଣ ଉତ୍ସବରେ ଦେଶର ବହୁ ମାଣ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଛନ୍ତି ।

ରାଷ୍ଟ୍ରପତି ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍‌. ଭେଙ୍କୟାନାଇଡୁ, ପ୍ରଧାନମନ୍ତ୍ରୀ ‌ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ସମେତ ସମସ୍ତ କେନ୍ଦ୍ରମନ୍ତ୍ରୀ ଓ ସାସଂଦ ଉପସ୍ଥିତ ଥିଲେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲାବେଳେ ବିାହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହି ଉତ୍ସବରେ ଯୋଗ ଦେଇ ପାରିନାହାନ୍ତି। ଏହାପୂର୍ବରୁ, ରାଜଘାଟରୁ ଯାଇ ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ ରାଷ୍ଟ୍ରପତି-ନିର୍ବାଚିତା ଦ୍ରୌପଦୀ ମୁର୍ମୁ ଓ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜାତୀୟ ଅଭିବାଦନ ଜଣାଇଥିଲେ।

Get real time updates directly on you device, subscribe now.