fbpx

ସମୁଦ୍ରକୁ ସଠିକ୍ ଜଳ ନିଷ୍କାସନ ହେଉନଥିବାରୁ ଜଳବନ୍ଦୀ ସମସ୍ୟା ଦେଖାଦେଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ କୋରାପୁଟ, ମାଲକାନଗିରି ପରି ଜିଲ୍ଲା ବନ୍ୟା ଜଳ ପ୍ଲାବିତ ହୋଇଛି । ଫଳରେ ସାଧାରଣ ଜୀବନ ଯାତ୍ରା ବାଧାପ୍ରାପ୍ତ ହୋଇଛି । ତେଣୁ ଆଜି ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲଗାଣ ବର୍ଷାଜନିତ କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସ ଆର ସି ତଥା ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ବର୍ତ୍ତମାନର ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧରେ ଅବଗତ କରାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମୁଦ୍ରକୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି । ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି । ଅନେକ ଜାଗାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି। ଓଡରାଫ୍, ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକଙ୍କ ଅସୁବିଧାକୁ ତତ୍ପରତାର ସହ ଦୂର କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଛନ୍ତି ।

Get real time updates directly on you device, subscribe now.