fbpx

ଲଘୁଚାପର ପ୍ରଭାବରେ ରାଜ୍ୟରେ ଆଜିଠାରୁ ବୃଦ୍ଧି ପାଇବ ବର୍ଷା : ପାଣିପାଗ ବିଭାଗର ସୂଚନା

ଭୁବନେଶ୍ୱର : ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅବପାତରେ ପରିଣତ ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍‍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୧୨ ପ୍ରତିଶତ କମ୍‍ ବର୍ଷା ରେକର୍ଡ ହୋଇଛି ।

Get real time updates directly on you device, subscribe now.