fbpx
BJD SKY
BJD SKY

ବିଜେପିରେ ସାମିଲ ହେଲେ ଦୁଲାଲ ପ୍ରଧାନ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ମାସ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ମାସ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିଲା । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ୁଥିବା ଦେଖାଯାଇଛି ।

ତେବେ ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର । ବିଜେପିରେ ସାମିଲ ହୋଇଛନ୍ତି ଦୁଲାଲ ପ୍ରଧାନ । ସମ୍ବଲପୁର ଲୋକସଭା ଆସନ ପାଇଁ ପ୍ରଥମେ କଂଗ୍ରେସ ଦୁଲାଲଙ୍କୁ ପ୍ରାର୍ଥୀ କରିଥିଲା । ମାତ୍ର ପରବର୍ତ୍ତୀ ସମୟରେ କଂଗ୍ରେସ ପ୍ରାର୍ଥୀ ପରିବର୍ତ୍ତନ କରି ଦୁଲାଲଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଥିଲା । ତେଣୁ ଅସନ୍ତୋଷ ପ୍ରକାଶ କରି ଦୁଲାଲ ଦଳରୁ ଇସ୍ତଫା ଦେଇଥିଲେ । ଏବେ ଦୁଲାଲ ପଦ୍ମ ଧରିବା ପରେ ଦଳ ତାଙ୍କୁ କିଛି ବଡ଼ ଦାୟିତ୍ୱ ଦେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.