fbpx

ଡମ୍ପର-ବାଇକ ମୁହାଁମୁହିଁ: ୨ ମୃତ

ବାଲେଶ୍ୱର, ୧୩ା୧୨ (ଓଡିଶା ଭାସ୍କର): ବାଲେଶ୍ୱର କମାରଦା ଥାନା ସାତଶୂଳିଆ ଛକରେ ଦୁର୍ଘଟଣା ଘଟିଛି । ସୂଚନା ଅନୁଯାୟୀ, ଏକ ଡମ୍ପର ବାଇକକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।
ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ମୁତୟନ ହୋଇଛନ୍ତି ।

Get real time updates directly on you device, subscribe now.