ଆଉ ଚାରିଦିନ ପରେ ସରିବ ରାସନ କାର୍ଡ ଇ-କେୱାଇସି ଅପଡେଟ୍‌, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।

ଜାନୁଆରୀ ୩୧ ତାରିଖ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି । ଯଦି ସମୟ ସୁଦ୍ଧା ଏହା ନ ସରେ, ତେବେ ପରବର୍ତ୍ତୀ ସମୟରେ ସରକାର ବିଚାର କରି ପଦକ୍ଷେପ ନେବେ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।