ଅଧିକ ମିଠା ଖାଇବା ଦ୍ଵାରା କମିଥାଏ ସ୍ମରଣ ଶକ୍ତି : ଗବେଷଣାରୁ ଖୁଲାସା

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ କରିଥାଏ। ଅତ୍ୟଧିକ ମିଠା ଓ ସ୍ମରଣ ଶକ୍ତି ବିଷୟକୁ ନେଇ ହୋଇଥିବା ଗବେଷଣାରୁ ଟୋକିଓ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ ଏ ବିଷୟରେ ଜାଣିପାରିଛନ୍ତି।

ଏହି ସିଦ୍ଧାନ୍ତରେ ଉପନୀତ ହେବା ପୂର୍ବରୁ ସେମାନେ କିଛି ବ୍ୟକ୍ତିଙ୍କୁ ଗବେଷଣା ପରିସରଭୁକ୍ତ କରିଥିଲେ। ସେମାନଙ୍କୁ ଦୁଇଟି ଗ୍ରୁପରେ ବିଭକ୍ତ କରି ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ସାଧାରଣ ଭାବରେ ମିଠା ଖାଇବାକୁ ଏବଂ ଅନ୍ୟ ଗ୍ରୁପ୍‌ ବ୍ୟକ୍ତିମାନଙ୍କୁ ମନଇଚ୍ଛା ମିଠା ଖାଇବାକୁ ପରାମର୍ଶ ଦେଇଥିଲେ।

ଅପରପକ୍ଷରେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ସ୍ମରଣ ଶକ୍ତି ଉପରେ ପଡୁଛି ତାହାକୁ ତନ୍ନତନ୍ନ କରି ଅନୁଧ୍ୟାନ ମଧ୍ୟ କରିଥିଲେ। ଯେଉଁମାନେ ଆବଶ୍ୟକତାଠାରୁ ଅଧିକ ମିଠା ଖାଉଥିଲେ ସେମାନଙ୍କ ମଧ୍ୟରୁ ପ୍ରାୟ ୫୦ ପ୍ରତିଶତ ବ୍ୟକ୍ତିଙ୍କ ସ୍ମରଣଶକ୍ତିରେ ତାରତମ୍ୟତା ଦେଖିବାକୁ ମିଳିଥିଲା।

Get real time updates directly on you device, subscribe now.