fbpx

ରାଜ୍ୟରେ ସୁଦୃଢ଼ ହେବ ଅର୍ଥନୀତି ବ୍ୟବସ୍ଥା: ଓଡ଼ିଶାରେ ହେବ ଷ୍ଟିୟରିଂ କମିଟି ଗଠନ, ୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାରରେ ପହଞ୍ଚିବ

ଭୁବନେଶ୍ୱର: ନୀତି ଆୟୋଗ ସହଯୋଗରେ ବିକଶିତ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ନୀତି ଆୟୋଗ ସି.ଇ.ଓ ଶ୍ରୀ ବି.ଭି.ଆର୍ ସୁବ୍ରମନିୟମ୍ ଙ୍କ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଖବର ଅନୁସାରେ, ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଗ୍ରୋଥ୍ ଇଞ୍ଜିନ୍ ହେବାର ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସେହିପରି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ। ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯିବ । ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Get real time updates directly on you device, subscribe now.