fbpx

‘ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ’, ଟ୍ୱିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ସାରା ରାଜ୍ୟରେ ପହିଲି ରଜ ପାଳନ କରାଯାଉଛି । ପହିଲି ରଜ ପାଳନ ପାଇଁ ସବୁଠି ଉତ୍ସାହ ଦେଖିବାକୁ ମିଳିଛି । ରଜ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ସମ୍ବଲପୁର ସାଂସଦ ତଥା ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ରାଜ୍ୟବାସୀଙ୍କୁ ରଜ ଉତ୍ସବ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ସେ ଲେଖିଛନ୍ତି ଯେ, ‘ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ରଜ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡିହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ କରୁ, ଏହା କାମନା ।’

Get real time updates directly on you device, subscribe now.