FM କଲେଜ ଛାତ୍ରୀ ମୃତ୍ୟୁ ମାମଲା, ମନ୍ତ୍ରୀ ସୂର୍ଯ୍ଯବଂଶୀ ସୂରଜଙ୍କ ବାସଭବନକୁ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ
ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ । ମନ୍ତ୍ରୀ ସୂର୍ଯ୍ଯବଂଶୀ ସୂରଜଙ୍କ ବାସଭବନକୁ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ ।
ଭୁବନେଶ୍ବର: ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ । ମନ୍ତ୍ରୀ ସୂର୍ଯ୍ଯବଂଶୀ ସୂରଜଙ୍କ ବାସଭବନକୁ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ ।
ବାଲେଶ୍ବର ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ହଲାବୋଲ୍ । ଉଚ୍ଛ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ । ଏପରିକି ପୋଲିସ ସହ ଧସ୍ତାଧସ୍ତି ହେବା ସହ ମନ୍ତ୍ରୀଙ୍କ ବାସଭବନ ଉପରକୁ ଛାତ୍ର କଂଗ୍ରେସ ଅଣ୍ଡାମାଡ଼ କରିଛି ।
ସେପଟେ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି ସହ ନ୍ୟାୟିକ ତଦନ୍ତ ଦାବି କଲା କଂଗ୍ରେସ । ମାଷ୍ଟର କ୍ୟାଣ୍ଟିନ ଛକରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଜାରି ରହିଛି । ରାଜମହରୁ ରାମ ମନ୍ଦିର ରାସ୍ତା ଅବରୋଧ କଲା କଂଗ୍ରେସ ।
ସୂଚନାଯୋଗ୍ୟ, କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା।
ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକରେ ଥିବା ପଳାସିଆ ମଶାଣିରେ ପୀଡିତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୀଡିତାଙ୍କ ପାର୍ଥିବ ଶରୀର ଗାଁରେ ପହଞ୍ଚିବା ପୂର୍ବରୁ ପରିବାରରେ କାନ୍ଦବୋବାଳି ଦେଖାଯାଇଥିଲା। ପୀଡିତାଙ୍କ ଗାଁ ସ୍ତବ୍ଧ ହୋଇପଡ଼ିଥିଲା। ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଅଶ୍ରୁଳ ଲୁହରେ ସୌମ୍ୟାଶ୍ରୀଙ୍କୁ ବିଦାୟ ଦିଆଯାଇଥିଲା। ଏହି ଘଟଣା ନେଇ ପୂରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି।