fbpx

କରୋନା ନେଲା ୮ ଜଣଙ୍କ ଜୀବନ: ଆଜି ଚିହ୍ନଟ ହେଲେ ୬୨୧୫ ପଜିଟିଭ୍

ଭୁବନେଶ୍ୱର, ୨୩ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୬୨୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୦୪ ଓ ସ୍ଥାନୀୟ ଅଞ୍ଚଳରୁ ୨୬୧୧ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଆଠଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ କଳାହାଣ୍ଡିର ଦୁଇଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗିର, କନ୍ଧମାଳ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୪ ହଜାର ୬୯୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୫୩ ହଜାର ୫୫୧ ରହିଥିବା ବେଳେ ୩୯ ହଜାର ୧୧୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.