fbpx

୧ଟା ସୁଦ୍ଧା ୬୦ ପ୍ରତିଶତରୁ ଅଧିକ ମତଦାନ, ୨୩ଟି ସ୍ଥାନରେ ନିର୍ବାଚନ ସ୍ଥଗିତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ସାରା ରାଜ୍ୟରେ ଦିନ ୧ଟା ସୁଦ୍ଧା ୬୦%ରୁ ଅଧିକ ମତଦାନ ହୋଇଥିବା ସୂଚନା ମିଳିଛି । ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ସହିତ ୨୩ଟି ସ୍ଥାନରେ ନିର୍ବାଚନ ସ୍ଥଗିତ ହୋଇଛି । ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ୨୩ଟି ସ୍ଥାନରେ ନିର୍ବାଚନ ସ୍ଥଗିତ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ୧୩ ୱାର୍ଡ ମେମ୍ବର, ୬ ସରପଞ୍ଚ, ୩ପଞ୍ଚାୟତ ସମିତି ସଭ୍ୟ, ଗୋଟିଏ ଜିଲ୍ଲା ପରିଷଦ ଆସନ ପାଇଁ ନିର୍ବାଚନ ସ୍ଥଗିତ ହୋଇଥିବା ଜଣାପଡିଛି ।

ତେବେ ନାମାଙ୍କନ ଦାଖଲରୁ ଆଜିଯାଏଁ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସର୍ବାଧିକ ୧୩ ଜଣ ୱାର୍ଡ ମେମ୍ବର ପ୍ରାର୍ଥୀଙ୍କଚ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ସହିତ ୬ ଜଣ ସରପଞ୍ଚ ପ୍ରାର୍ଥୀ ଓ ୩ ଜଣ ସମିତି ସଭ୍ୟ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାରୁ ଜଣେ ଜିଲ୍ଲା ପରିଷଦ ସଭ୍ୟଙ୍କ ମୃତ୍ୟୁ ହୋଇଛି । କଟକ ସଦର ଯଶପଡ଼ା ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି, ଫଳରେ ମତଦାନକୁ ବନ୍ଦ କରାଯାଇଛି । କିନ୍ତୁ ଅନ୍ୟ ପଦ ପାଇଁ ଭୋଟିଂ ଜାରି ରହିଛି । ବିଳମ୍ବିତ ରାତିରେ ସରପଞ୍ଚ ପ୍ରାର୍ଥୀ ନମିତା ବେହେରାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।

Get real time updates directly on you device, subscribe now.