fbpx

ଦନ୍ତାହାତୀର ମୃତଦେହ ଠାବ, କାରଣ ଅସ୍ପଷ୍ଟ

ସମ୍ବଲପୁର, ୩୦ା୧୧ (ଓଡିଶା ଭାସ୍କର): ଆଜି ସକାଳେ ସମ୍ବଲପୁର ବନଖଣ୍ଡ ଅନ୍ତର୍ଗତ ବିଛୁଲୁ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି । ମାତ୍ର ମୃତ୍ୟୁର କାରଣ ଏ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ସ୍ଥାନୀୟ ଡିଏଫଓ, ରେଞ୍ଜର ପ୍ରମୁଖ ଘଟଣାସ୍ଥଳକୁ ଯାଇ ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଡିଏଫଓ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟର ଦିନକୁ ଦିନ ହାତୀ ମୃତ୍ୟୁ ବୃଦ୍ଧି ପାଉଥିବାରୁ ଏଥିପ୍ରତି ପ୍ରଶାସନିକ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ରହିଛି ।

Get real time updates directly on you device, subscribe now.