ଡୋନାଲ୍ଡ ଟ୍ରମ୍ପ ଓ ଏଲନ ମସ୍କଙ୍କ ସମ୍ପର୍କରେ ଫାଟ, ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ମସ୍କ
ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶ ଦାତା ପଦରୁ ଇସ୍ତଫା ଦେଲେ ଏଲନ ମସ୍କ । ଟ୍ରମ୍ପ ସରକାରରେ ଡିଓଜିଇ ମୁଖ୍ୟ ଭାବେ ଦାୟିତ୍ବ ସମ୍ଭାଳୁଥିବା ମସ୍କ ଅଚାନକ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।
ୱାଶିଂଟନ: ଭାଙ୍ଗିଲା ଡୋନାଲ୍ଡ ଟ୍ରମ୍ପ ଓ ଏଲନ ମସ୍କଙ୍କ ଯୋଡ଼ି । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶ ଦାତା ପଦରୁ ଇସ୍ତଫା ଦେଲେ ମସ୍କ । ଟ୍ରମ୍ପ ସରକାରରେ ଡିଓଜିଇ ମୁଖ୍ୟ ଭାବେ ଦାୟିତ୍ବ ସମ୍ଭାଳୁଥିବା ମସ୍କ ଅଚାନକ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ନିଜ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ମସ୍କ ।
ମସ୍କ X ରେ ଲେଖିଛନ୍ତି ଯେ, “ସେ କହିଛନ୍ତି, ଆମେରିକା ସରକାରରେ ବିଶେଷ କର୍ମଚାରୀ ଭାବେ ମୋର କାର୍ଯ୍ୟକାଳ ଶେଷ ହୋଇଛି । ଅଯଥା ଖର୍ଚ୍ଚ କମାଇବାକୁ ସୁଯୋଗ ଦେଇଥିବାରୁ ଟ୍ରମ୍ପଙ୍କୁ ଧନ୍ୟବାଦ ଦେବାକୁ ଚାହୁଛି । ସମୟ ସହ ଡିଓଜିଇ ବିଭାଗ ଆହୁରି ଶକ୍ତିଶାଳୀ ହେବ”।
ତେବେ ଟ୍ରମ୍ପ ଦ୍ବିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ ଡିଓଜିଇର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ । ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା । ମସ୍କ ଏହି ବିଭାଗର ଦାୟିତ୍ବ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବା ବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା ।