fbpx

ଆଜି ଇମାମୀ-କିସ୍‌ ଆବାସିକ ବିଦ୍ୟାଳୟକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର, (ଭାସ୍କର ନ୍ୟୁଜ୍‌) : ଆଜି ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ୍‌ ଅନ୍ତର୍ଗତ ଆରମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‌ର ନୂତନ ଶାଖା ଇମାମି-କିସ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ ରାଷ୍ଟ୍ରମନ୍ତ୍ରୀ (ସ୍ୱା) ଅଶ୍ୱିନୀ କୁମାର ପାତ୍ର, ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, କନ୍ଧମାଳ ସାଂସଦ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, ରେମୁଣା ବିଧାୟକ ଶ୍ରୀଯୁକ୍ତ ସୁଧାଂଶୁ ଶେଖର ପରିଡ଼ା, ଇମାମି ଗ୍ରୁପର ପ୍ରତିଷ୍ଠାତା ତଥା ଯୁଗ୍ମ ଅଧ୍ୟକ୍ଷ ଶ୍ରୀଯୁକ୍ତ ଆର୍‌. ଏସ୍‌. ଅଗ୍ରୱାଲ୍‌ ଏବଂ ଇମାମି ଗ୍ରୁ୍‌ର ସହ- ପ୍ରତିଷ୍ଠାତା ତଥା ଯୁଗ୍ମ ଅଧ୍ୟକ୍ଷ ଆର. ଏସ୍‌. ଗୋଏଙ୍କା ପ୍ରମୁଖ ଯୋଗଦେବେ । ଏହି ବିଦ୍ୟାଳୟ ପାଇଁ ଜମି କ୍ରୟଠାରୁ ଆରମ୍ଭ କରି ଭିତ୍ତିଭୂମି ବିକାଶ, ସବୁଜ ବଳୟ ସୃଷ୍ଟି, ପାଚେରୀ ନିର୍ମାଣ, ମେକାନାଇଜ୍‌ଡ ରୋଷଶାଳା, ୨୫ ଶଯ୍ୟାବିଶିଷ୍ଟ ଡାକ୍ତରଖାନା, ଆସବାବପତ୍ର ଓ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ସମେତ ୧ଲକ୍ଷ୨୦ହଜାର ବର୍ଗଫୁଟ ଅଞ୍ଚଳରେ ଭିତ୍ତିଭୂମି ନିର୍ମାଣରେ ମୋଟ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏଥିରୁ ଇମାମି ଗ୍ରୁ୍‌ ୧୪ କୋଟି ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେଇଥିବା ବେଳେ ବାକି ୩୬ କୋଟି ଟଙ୍କା କିଟ୍‌ ତରଫରୁ ଖର୍ଚ୍ଚ କରାଯାଇଛି ।

ସୂଚନାଯୋଗ୍ୟ ଯେ, ବିଶ୍ୱର ଏକମାତ୍ର ବୃହତ୍ତମ ଆବାସିକ ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ହେଉଛି କିସ୍‌ । ବିଭିନ୍ନ ଜିଲ୍ଲାରେ ଗରିବ ପିଲାଙ୍କୁ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ କିସ୍‌ ଆହୁରି ଶାଖା ଖୋଲିବାର ଯୋଜନା ରହିଛି । ଏହା ପୂର୍ବରୁ ଓଡ଼ିଶାର ବଲାଙ୍ଗୀର ଓ ମୟୂରଭଞ୍ଜରେ କିସ୍‌ର ଶାଖା ଖୋଲାଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ବିଶିଷ୍ଟ ଶିକ୍ଷାବିତ୍‌ ଓ ସମାଜସେବୀ ଅଚ୍ୟୁତ ସମାନ୍ତଙ୍କ ଦ୍ୱାରା ୧୯୯୨ରେ କିସ୍‌ ପ୍ରତିଷ୍ଠା ହେବା ଦିନଠାରୁ ଦୀର୍ଘ ୩୦ ବର୍ଷ ଧରି ଶିକ୍ଷା ମାଧ୍ୟମରେ ଜନଜାତିଙ୍କ ସଶକ୍ତିକରଣ କରିଆସୁଛି କିସ୍‌ । ଇମାମି-କିସ୍‌ ଆବାସିକ ବିଦ୍ୟାଳୟରେ ସିବିଏସ୍‌ଇ ପାଠ୍ୟକ୍ରମରେ ଶିକ୍ଷାଦାନ କରାଯିବ । ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୧୨ଶହ କେବଳ ଗରିବ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ କରାଯିବ । ପାଠ ପଢ଼ା ବ୍ୟତୀତ ଏଠାରେ ଛାତ୍ରଛାତ୍ରୀଙ୍କୁ ଅନ୍ୟାନ୍ୟ କ୍ଷେତ୍ର ବିଶେଷ କରି ଉନ୍ନତ ମାନର କ୍ରୀଡ଼ା ତାଲିମ ପ୍ରଦାନ କରାଯିବ । ଏଠାରୁ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ ଭୁବନେଶ୍ୱରସ୍ଥିତ କିସ୍‌ କିମ୍ବା କିଟ୍‌ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରିାରିବେ । ଭୁବନେଶ୍ୱର କିସ୍‌ ଭଳି ଏଠାରେ ସମ୍ପୂର୍ଣ୍ଣ ଆବାସିକ ଓ ବିନାଦେୟରେ ଗରିବ ପିଲାମାନେ ପାଠ ପଢ଼ିାରିବେ । ସମ୍ପୂର୍ଣ୍ଣ ସବୁଜ, ଇକୋଫେ ୍ରଣ୍ଡଲି ଓ ଟେକ୍ନୋଲୋଜି ଉପଯୋଗରେ ଏହି କ୍ୟାମ୍ପସ ପରିଚାଳିତ ହେବ । ଏହା ବାଲେଶ୍ୱରବାସୀଙ୍କ ସମ୍ପତ୍ତି ହୋଇ ରହିବ ।

Get real time updates directly on you device, subscribe now.