fbpx

ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ନିୟମ; ଛାଡିପାରିବେ ନାହିଁ ଜିଲ୍ଲାର ସଦର ମହକୁମା

ଗଞ୍ଜାମ ୧୮ ।୪ (ଓଡିଶା ଭାସ୍କର) : ସରକାରୀ କର୍ମଚାରୀଙ୍କ ପାଇଁ ଜାରି ହୋଇଛି କଟକଣା । ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କ ପାଇଁ ଏହି ନିୟମ କରାଯାଇଛି । ସଦର ମହକୁମା ଛାଡିବା ଲାଗି ସେମାନଙ୍କୁ ବାରଣ ହୋଇଛି । କରୋନାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଏହି କଟକଣା ଲାଗୁ କରିଛନ୍ତି । ଏଥିସହ ଜରୁରୀ କାର୍ଯ୍ୟ ଥିଲେ ବିଭାଗୀୟ ଅଧିକାରୀଙ୍କ ଅନୁମିତ ନେବା ଆବଶ୍ୟଖ ବୋଲି କୁହାଯାଇଛି । ଲାଗୁ ହୋଇଥିବା ନୀୟମକୁ ଅବମାନନା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ଜରୁରୀ କାଳୀନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସେପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୬୬୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୨୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅନ୍ୟ ୧୫୩୭ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି କରୋନାରେ ଆକ୍ରାନ୍ତ ହୋଇ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି।

 

Get real time updates directly on you device, subscribe now.