fbpx

ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଇଭିଓଏସ ବିଲଡ୍କନ ପ୍ରା.ଲିଃ. ପକ୍ଷରୁ ୧୦ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଜୁନ ୨ ତାରିଖରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ବରମୁଣ୍ଡାସ୍ଥିତ ଇଭିଓଏସ ବିଲଡ୍କନ ପ୍ରା.ଲିଃ. ପକ୍ଷରୁ ଦଶ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। ଶୁକ୍ରବାର ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କଳିଙ୍ଗ କେଶରୀ ରଥ ସାକ୍ଷାତ କରି ଏହି ସହାୟତା ରାଶି ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି।

 

Get real time updates directly on you device, subscribe now.