fbpx

ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ବିଜେପିରେ ସାମିଲ ହେଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜିଠାରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ତେବେ ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ନେତାମାନେ ଗୋଟିଏ ଦଳ ଛାଡ଼ି ଅନ୍ୟ ଦଳରେ ସାମିଲ ହେଉଥିବା ଦେଖାଯାଉଛି ।

ତେବେ ଏହା ମଧ୍ୟରେ ରାଜ୍ୟ ବିଧାନସଭାର ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ବିଜେପିରେ ସାମିଲ ହୋଇଛନ୍ତି । ନିକଟରେ ଶ୍ରୀ ପଣ୍ଡା ବିଜେଡିରୁ ଇସ୍ତଫା ଦେଇଥିଲେ । କ୍ରମାଗତ ୨ ଥର ଟିକେଟରୁ ବଞ୍ଚିତ ହେବାରେ ସେ ବିଜେଡି ଛାଡ଼ିବା ପାଇଁ ନିଷ୍ପତ୍ତି ନେଇଥିଲେ । ପୂର୍ବରୁ ସେ ବିଜେପିରେ କାର୍ଯ୍ୟ କରୁଥିବା ବେଳେ ୨୦୧୭ରେ ବିଜେଡିରେ ଯୋଗ ଦେଇଥିଲେ । ନବୀନ ପଟ୍ଟନାୟକଙ୍କ ପ୍ରଥମ ମନ୍ତ୍ରିମଣ୍ଡଳରେ ଶ୍ରୀ ପଣ୍ଡା ଉପବାଚସ୍ପତି ଭାବେ କାର୍ଯ୍ୟ କରିଥିଲେ । ଏଥିସହିତ ସେ ୨୦୦୦ ମସିହାରେ ଛତ୍ରପୁର ବିଧାନସଭା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Get real time updates directly on you device, subscribe now.