ଭୁବନେଶ୍ୱର: ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ପୁଣି ଅସୁସ୍ଥ ହୋଇଥିବା ଖବର ସାମ୍ନାକୁ ଆସିଛି । ଫଳରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ । ତେବେ ଆନ୍ଧ୍ର ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ହେଉଛନ୍ତି ବିଶ୍ୱଭୂଷଣ । ଅସୁସ୍ଥତା ସମ୍ପର୍କରେ ଆଇନ ମନ୍ତ୍ରୀ ତଥା ପୁଅ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି।