fbpx
BJD
BJD SKY
BJD SKY

ବିଜେପିରେ ସାମିଲ ହେଲେ ପୂର୍ବତନ ବିଧାୟକ ଅନାମ ନାୟକ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଗକୁ ଆସୁଛି ରାଜ୍ୟ ବିଧାନସଭା ଓ ଲୋକସଭା ନିର୍ବାଚନ । ସେ ନେଇ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ନିଜ ନିଜର ପ୍ରସ୍ତୁତିରେ ବ୍ୟସ୍ତ ରହିଛନ୍ତି । ଏହା ମଧ୍ୟରେ ରାଜନେତାଙ୍କର ଦଳ ବଦଳ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ନିକଟରେ କିଛି ନେତା ଅନ୍ୟ ଦଳରେ ସାମିଲ ହୋଇଥିବା ବେଳେ ଆଗକୁ ମଧ୍ୟ କିଛି ନେତା ଦଳ ପରିବର୍ତ୍ତନ କରିପାରନ୍ତି ।

ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ଭବାନିପାଟଣାର ପୂର୍ବତନ ବିଧାୟକ ଅନାମ ନାୟକ ବିଜେପିରେ ସାମିଲ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ନିକଟରେ ପୂର୍ବତନ ବିଧାୟକ ଦେବାଶିଷ ନାୟକ ପଦ୍ମ ଧରିଥିଲେ । ସେହିପରି ଚଳିତ ମାସରେ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଥିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି । ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ମଧ୍ୟ ବିଜେପିରେ ସାମିଲ ହୋଇଥିଲେ ।

Get real time updates directly on you device, subscribe now.