fbpx
BJD SKY
BJD SKY

ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେପି ଛାଡ଼ି କଂଗ୍ରେସରେ ସାମିଲ ହେଲେ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ମାସ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ମାସ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିଲା । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ପରେ ଅନେକ ନେତା ଦଳ ଛାଡ଼ୁଥିବା ଦେଖାଯାଉଛି ।
ତେବେ ଏହା ପୁଣି ଜଣେ ନେତା ଦଳ ଛାଡ଼ି ଅନ୍ୟ ଦଳରେ ସାମିଲ ହୋଇଛନ୍ତି । ପୂର୍ବତନ ବିଧାୟକ ଦେବାଶିଷ ନାୟକ ଗତ ଫେବୃଆରୀ ମାସରେ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଥିଲେ । ତେବେ ଚଳିତ ନିର୍ବାଚନରେ ଦେବାଶିଷଙ୍କୁ କୌଣସି ଆସନ ପାଇଁ ଦଳ ଟିକେଟ ଦେଇନଥିଲା । ସେ ବରୀ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ହେବାକୁ ଆଶାୟୀ ଥିଲେ ମଧ୍ୟ ସେଥିରୁ ବଞ୍ଚିତ ହୋଇଥିଲେ । ତେଣୁ ସେ ସ୍ୱାଧିନ ଭାବେ ଲଢ଼ିବେ ବୋଲି ଚର୍ଚ୍ଚା ହୋଇଥିଲା । ତେବେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ଦେବାଶିଷ ଆଜି ହାତ ଧରିଛନ୍ତି ।

Get real time updates directly on you device, subscribe now.