fbpx

ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ବିଜେଡି ଛାଡ଼ିଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ମାସ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ଏହା ମଧ୍ୟରେ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏଭଳି ସ୍ଥିତିରେ କିଛି ନେତା ଅନ୍ୟ ଦଳରେ ସାମିଲ ହେଉଥିବାର ଦେଖାଯାଉଛି ।

ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ପୁଣି ଆସିଛି ଏକ ବଡ଼ ଖବର । ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ବିଜେଡି ଛାଡ଼ିଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଦେବେନ୍ଦ୍ର । ଏନେଇ ସେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ଗତ ୨୦୦୯ ମସିହାଠାରୁ ଦୀର୍ଘ ୧୫ ବର୍ଷ ଧରି ସେ ଦଳ ପାଇଁ କାର୍ଯ୍ୟ କରିଥିବାରୁ ସେଥିପାଇଁ ସୁପ୍ରିମୋ ଓ ଦଳର ସମସ୍ତ କର୍ମୀମାନଙ୍କୁ ଧନ୍ୟବାଦ ଦେଇଛନ୍ତି ।

Get real time updates directly on you device, subscribe now.