fbpx

ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନ କଂଗ୍ରେସରେ ସାମିଲ ହେଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି । ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର ।

ସୂଚନା ମୁତାବକ, ସମ୍ବଲପୁରର ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି । ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନଗେନ୍ଦ୍ର ହାତ ଧରିଛନ୍ତି । ଏହି ଅବସରରେ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ଇନ-ଚାର୍ଜ ଦ୍ରଜୟ କୁମାର, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ଅନ୍ୟମାନେ ଉପସ୍ଥିତ ଥିଲେ । ଆଗାମୀ ନିର୍ବାଚନରେ ଦଳ ନଗେନ୍ଦ୍ରକୁ କିଛି ବଡ଼ ଦାୟିତ୍ୱ ଦେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.