fbpx

ପୂର୍ବତନ ସାଂସଦ ନବୀନ ଜିନ୍ଦଲ କଂଗ୍ରେସରୁ ଇସ୍ତଫା ଦେଲେ: ହାତ ଛାଡ଼ି ପଦ୍ମ ଧରିଲେ

ନୂଆଦିଲ୍ଲୀ: ଆସନ୍ତା ମାସ ୧୯ ତାରିଖରୁ ଲୋକସଭା ନିର୍ବାଚନ ପାଇଁ ଦେଶରେ ୭ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ଏହାପରେ ଜୁନ ମାସ ୪ ତାରିଖରେ ନିର୍ବାଚନର ଫଳାଫଳ ଘୋଷଣା ହେବ । ତେବେ ନିର୍ବାଚନ ପାଇଁ ବିଭନ୍ନ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ନେତାମାନେ ଦଳ ବଦଳ କରୁଥିବା ଦେଖାଯାଉଛି । ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର ।

ପୂର୍ବତନ ସାଂସଦ ତଥା ଉଦ୍ୟୋଗପତି ନବୀନ ଜିନ୍ଦଲ କଂଗ୍ରେସରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି । ଲୋକସଭା ନିର୍ବାଚନକୁ ଆଉ କିଛି ଦିନ ବାକି ଥିବାବେଳେ ନବୀନଙ୍କ ହାତ ଛାଡ଼ିବା କଂଗ୍ରେସକୁ ଏକ ବଡ଼ ଝଟକା ଲାଗିଛି । ନବୀନ ହରିୟାଣାର କୁରୁକ୍ଷେତ୍ର ଆସନରୁ ଅତୀତରେ କଂଗ୍ରେସ ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ନବୀନ ହାତ ଛାଡ଼ି ବିଜେପିରେ ସାମିଲ ହେବା ନେଇ କିଛିଦିନ ହେଲା ଚର୍ଚ୍ଚା ହେଉଥିଲା । ମାତ୍ର ଆଜି ନବୀନ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ।

Get real time updates directly on you device, subscribe now.