fbpx

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୧୧ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧ ବୃଦ୍ଧି ହୋଇଛି । ଅକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ଯେଉଁଥିରେ ୪ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

ତେବେ ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଛି । ଜୁଲାଇ ମାସରୁ ପିଛିଲା ଭାବେ ମହଙ୍ଗା ଭତ୍ତା ଲାଗୁ ହେବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ବୋଲି ଘୋଷଣା ହୋଇଛି ।

Get real time updates directly on you device, subscribe now.