fbpx

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର, ୨୦ା୮(ଓଡ଼ିଶା ଭାସ୍କର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲ ମାର୍କ ଲୋ ପ୍ରେସରରେ ପରିଣତ ହୋଇସାରିଛି । ଏହା ବର୍ତ୍ତମାନ ଉତ୍ତର ଓ ଉତ୍ତର ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଏହା ଆଗକୁ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେଣୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୫ଜିଲ୍ଳାକୁ ରେଡ଼ ଆଲର୍ଟ ଜାରି କରାଯାଇଛି । ୫ଜିଲ୍ଲାଗୁଡ଼ିକ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ଼ ଓ ଦେଓଗଡ଼ । ସେହିପରି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲା ଗୁଡ଼ିକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାଗୁଡ଼ିକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.