fbpx

ଆସନ୍ତାକାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା ରହିବେ ସତର୍କ

ଭୁବନେଶ୍ୱର, ୧୯ା୯(ଓଡ଼ିଶା ଭାସ୍କର): ଆସନ୍ତାକାଲି ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି  ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ସତର୍କ ରହିବା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ଆସନ୍ତା ୨୦ରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, ଦେବଗଡ଼, ସମ୍ବଲପୁର ଓ କଟକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୧ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଅନୁଗୁଳ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି । ୨୨ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.