fbpx

ରାଜ୍ୟର ୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ମୌସୁମୀ ବର୍ଷା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଳାରେ ପ୍ରବଳ ବର୍ଷା ଜାରି ରହିଛି । ତେବେ ଆସନ୍ତା କାଲି ସକାଳ ସୁଦ୍ଧା ୨୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି । ସେଗୁଡ଼ିକ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜରେ ଅତି ପ୍ରବଳ ବର୍ଷାର ଆଶଙ୍କା । ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀରେ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି ।

Get real time updates directly on you device, subscribe now.