fbpx

ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ଅବଧି ବଢ଼ିଲା, ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିଷ୍ପତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚାଷୀଙ୍କ ପାଇଁ ରାଜ୍ୟ ସରକାର ଏକ ନୂଆ ଘୋଷଣା କରିଛନ୍ତି । ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଚାଷୀଙ୍କ ଏହି ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ୧୫ରୁ ଆରମ୍ଭ ହୋଇ ଅଗଷ୍ଟ ୧୬ ତାରିଖ ମଧ୍ୟରେ ଦାଖଲ ହେବାର ଥିଲା ।

ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହାକୁ ଆସନ୍ତା ୨୨ ପର୍ଯ୍ୟନ୍ତ ବଢ଼ାଇଛନ୍ତି । ଏବେ ଚାଷୀମାନେ ନିକଟସ୍ଥ ଅନୁମୋଦିତ କୃଷି ସମବାୟ ସମିତି (ପ୍ୟାକ୍ସ, ଲାମ୍ପ୍ସ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ପାଣି ପଞ୍ଚାୟତ)ରେ ଏହି ଅବଧି ମଧ୍ୟରେ ପଞ୍ଜୀକୃତ କରାଇପାରିବେ ।

ଏନେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ରାଜ୍ୟର ସମସ୍ତ ସମବାୟ ନିବନ୍ଧକ ଓ ଜିଲ୍ଲାପାଳଙ୍କୁ ଅବଗତ କରାଯିବା ସହ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି ।

Get real time updates directly on you device, subscribe now.