fbpx

ବିକାନେରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ

ଜୟପୁର: ରାଜସ୍ଥାନ ବିକାନେରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଖବର ମିଳିଛି । ଗୁରୁବାର ବିଳମ୍ବିତ ରାତିରେ ବିକାନେର ଭାରତମାଳା ରାଜପଥର ମହାଜନ ଥାନା ଅନ୍ତର୍ଗତ ଜେତପୁର ଟୋଲ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି ।

ସୂଚନାରୁ ପ୍ରକାଶ ଗୁରୁବାର ବିଳମ୍ବିତ ରାତିରେ ଜେତପୁରରୁ ହନୁମାନଗଢ଼ ଅଭିମୁଖେ ଯାଉଥିବା ଏକ ଦୃତଗାମୀ କାରଟି ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଦୁର୍ଘଟଣାଟି ଏତେ ଭୟାବହ ଥିଲା ଯେ କାରରେ ଥିବା ପରିବାରର ୬ ଜଣ ସଦସ୍ୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଂଚି ଶବକୁ ଜବତ କରି ପୋଷ୍ଟମର୍ଟମ ପାଇଁ ହସ୍ପିଟାଲ ପଠାଇଥିଲା । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ତେବେ ମୃତକମାନେ ହନୁମାନଗଢ଼ର ଡବୱାଲି ଅଞ୍ଚଳର ବୋଲି ଜଣାପଡ଼ିଛି ।

Get real time updates directly on you device, subscribe now.