fbpx

ଏସ୍‍.ସି., ଏସ୍‍.ଟି ମେଡ଼ିକାଲ କଲେଜ ଏବଂ ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କୁ ଫି ଛାଡ଼

ଭୁବନେଶ୍ୱର: ସରକାରୀ ମେଡ଼ିକାଲ କଲେଜ ଏବଂ ଇଞ୍ଜିନିୟରିଂ କଲେଜ ଗୁଡ଼ିକରେ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସମସ୍ତ ଫି ଫେରସ୍ତ କରାଯିବ। ସମସ୍ତ ପାଠପଢ଼ା ଖର୍ଚ୍ଚ ବିଭାଗ ପକ୍ଷରୁ ବହନ କରାଯିବ। ଏ ନେଇ ବିଭାଗୀୟ କମିଶନର ତଥା ଶାସନ ସଚିବ ରୂପା ରୋଶନ ସାହୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏସ୍‍.ସି., ଏସ୍‍.ଟି ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ରାଜ୍ୟ ବଜେଟରୁ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି।

ଏହି ଯୋଜନା ଅଧୀନରେ ଏମ୍‍ବିବିଏସ୍‍ ଏବଂ ଇଞ୍ଜିନିୟରିଂ ପାଠ୍ୟକ୍ରମ ପ୍ରଦାନ କରୁଥିବା ସରକାରୀ ଅନୁଷ୍ଠାନର ଯୋଗ୍ୟ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ପାଠ୍ୟକ୍ରମ ଅବଧିର ସଂପୂର୍ଣ୍ଣ କୋର୍ସ ଫି ଅନ୍ତର୍ଭୁକ୍ତ ହେବ ବୋଲି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.