fbpx

ସବୁ ନିୟମକୁ ଖୋଲାଖୋଲି ଉଲ୍ଲଘଂନ କରି ଭାଇ ବାହାଘରରେ ନାଗିନ ଡ୍ୟାନ୍ସ କଲେ ମହିଳା ତହସିଲ୍‌ଦାର, ଭିଡିଓ ଭାଇରାଲ ପରେ ଅଡୁଆରେ ପୁଲିସ

ଜଗତସିଂହପୁର(ଓଡ଼ିଶା ଭାସ୍କର): ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାରଙ୍କ ନୃତ୍ୟକୁ ନେଇ ଜଗତସିଂହପୁର ଜିଲ୍ଲାରେ ଚର୍ଚ୍ଚା । କରୋନା ମହାମାରୀକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ ଥିବା ବେଳେ ରାଜ୍ୟ ସରକାର କରୋନା ମହାମାରୀର ସଂକ୍ରମଣ ଚେନ୍‌କୁ ଭାଙ୍ଗିବା ପାଇଁ ରାଜ୍ୟରେ ଶକ୍ତ କଟକଣା ଜାରି କରିଛନ୍ତି । ଲକ୍‌ଡାଉନ୍‌, ସଟ୍‌ଡାଉନ୍‌ ସହ ବିବାହ,ବ୍ରତ, ଭୋଜି ଭାତ ଓ ଜନସମାବେଶ ଉପରେ କଟକଣା ଜାରି କରିଛନ୍ତି । ମାତ୍ର ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଜଗନ୍ନାଥପୁରଠାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି । ଜଗନ୍ନାଥପୁର ଗ୍ରାମରେ ଗତ ଶୁକ୍ରବାର ରାତିରେ ଏକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା । ବିବାହ ଉତ୍ସବରେ୨୫ଜଣଙ୍କ ପରିବର୍ତ୍ତେ ଶତାଧିକ ଲୋକ ସାମିଲ ହୋଇଥିଲେ । ବାଜାବାଣ ଫୁଟାଇ ଶତାଧିକ ବରଯାତ୍ରୀ ଦଳ ବେଫିକର ଭାବେ ଶୋଭାଯାତ୍ରା କରିଥିଲେ । ଏହି ବରଯାତ୍ରୀ ଦଳରେ କେତେକ ହାଇପ୍ରୋଫାଇଲ ବ୍ୟକ୍ତି ଓ ପ୍ରଶାସନିକ ଅଧିକାରୀ ସାମିଲ ଥିବା ଦେଖିବାକୁ ମିଳିଥିଲା । ଏଥିରେ ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା ଏକ ନାଲି ରଙ୍ଗର ଲେହେଙ୍ଗା ପିନ୍ଧି ଭିନ୍ନଭାବ ଭଙ୍ଗିରେ ଖୁଲମଖୁଲା ନୃତ୍ୟ କରୁଥିବା ଦେଖିବାକୁ ମିଳିଥିଲା ।

ପ୍ରଶାସନିକ ପଦ ପଦବୀରେ ଥିବା ବ୍ୟକ୍ତିମାନଙ୍କ ସହ ସୁକିନ୍ଦା ତହସିଲଦାର କରୋନା କଟକଣା ନିୟମର ଧଜିଆ ଉଡାଇ ନୃତ୍ୟ କରୁଥିବା ଭିଡିଓ ଭାଇରାଲ ହୋଇଛି । ସାମାଜିକ ଦୂରତା, ମାକ୍ସପରିଧାନ କଥାକୁ ପଛରେ ପକାଇ କନ୍ୟାଘର ଆଗରେ କରୋନା କଟକଣାକୁ ଫୁକରି ଧୂମ ଧାମରେ ନାଚ ଗୀତରେ ମସଗୁଲ ଥିବା ଦେଖିବାକୁ ମିଳିଥିଲା । ଜଗନ୍ନାଥପୁର ବଜାର ଠାରୁ ବରଯାତ୍ରୀ ଦଳ ପାଖାପାଖି ଗୋଟିଏ କିଲୋମିଟର ପର୍ଯ୍ୟନ୍ତ ବାଜାବାଣ, ଡିଜେ ବଜାଇ ଶୋଭାଯାତ୍ରା କରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା ।ଖବର ପାଇ ତିର୍ତ୍ତୋଲ ପୋଲିସର ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ଥିଲେ । ମାତ୍ର କୌଣସି ଅଦୃଶ୍ୟଚାପରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନନେଇ ଫେରି ଆସିଥିବା ଚର୍ଚ୍ଚା ହୋଇଛି । ସାଧାରଣ ଲୋକ ନିୟମ ଭାଙ୍ଗିଲେ ରାସ୍ତାଘାଟରେ ପୋଲିସ ମାଡମାରି ଗାଳି ଗୁଲଜ କରି ଜରିମାନା ଆଦାୟ କରୁଥିବା ବେଳେ ବେଆଇନ ବିବାହ ଉତ୍ସବରେ ଚୁପ୍‌ ରହିଲା କାହିଁକି ? ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି ।

Get real time updates directly on you device, subscribe now.