ପୁଣି ବଦଳିଲା ସୁନା ଦର: ଜାଣନ୍ତୁ ଆଜି ୧୦ ଗ୍ରାମ୍ ସୁନାର ରେଟ୍ ଓଡ଼ିଶାରେ କେତେ?

ସୁନା କିଣିବାକୁ ଯୋଜନା କରୁଥିଲେ ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଗତ କିଛି ଦିନ ହେବ ସୁନାଦର ରେକର୍ଡ ଭାଙ୍ଗିବାରେ ଲାଗିଛି। ଯାହା ଗ୍ରାହକଙ୍କୁ ଟେନସନରେ ପକାଇଛି। ଆଜି ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୫୦ ଓ ୩୯୦ ଟଙ୍କା ବୃଦ୍ଧି ପାଇଛି।

ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୮,୧୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୩୯୦ ଟଙ୍କା ବଢିଛି।

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୫୦ ଓ ୩୯୦ ଟଙ୍କା ବୃଦ୍ଧି ପାଇଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୫୦ ଓ ୩୯୦ ଟଙ୍କା ବୃଦ୍ଧି ପାଇଛି।

ଅନ୍ୟପଟେ, ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୮,୦୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୦୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୫୦ ଓ ୩୯୦ ଟଙ୍କା ବୃଦ୍ଧି ପାଇଥିବା ବେଳେ ୧୮ କ୍ୟାରେଟ୍ ରେ ଭରି ପିଛା ୨୯୦ ଟଙ୍କା ବଢିଛି।