ଚେନ୍ନାଇ: ତାମିଲନାଡୁ ସ୍ଥିତ ରାମନାଥପୁରମ ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଖବର ସାମ୍ନାକୁ ଆସିଛି । ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡ଼ିଛି ।
ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।