fbpx

ଜଳିଲା ପତିତପାବନ, ମାଡି ଆସିଲା ବିପତ୍ତି । କଣ ଧ୍ୱଂସ ହେବ କି ପୃଥିବୀ?

ପୁରୀ,୧୯ ।୩(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ଭାଇରସକୁ ନେଇ ହାହାକାର ମଚିଥିବା ବେଳେ ଆଜି ଶ୍ରୀମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜଗନ୍ନାଥ ମନ୍ଦିରରେ ଉପରେ ଥିବା ପତିତପାବନ ବାନାରେ ନିଆଁ ଲାଗିଯାଇଛି । ରାତି ପ୍ରାୟ ୮ଟା ବେଳେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି । ତେବେ ପାପ ମୋଚନ ଏକାଦଶୀ ଅବସରରେ ଶ୍ରୀମନ୍ଦିର ଚୁଡାରେ ମହାଦୀପ ଜଳିବା ପରେ ସେଥିରୁ ପତିତପାବନ ବାନାକୁ ନିଆଁ ଲାଗିଥିଲା । ନିଆଁ ଲାଗିଯିବା ଫଳରେ ପବିତ୍ର ପତିତପାବନ ବାନାର କିଛି ଅଂଶ ଜଳି ଯାଇଥିବା ଜଣାପଡିଛି ।

ଉଲ୍ଲେଖଯୋଗ୍ୟ ଯେ, ଏକାଦଶୀ ତିଥିରେ ରାତି ପ୍ରାୟ ୭ଟା ୩୫ରେ ପାଳିଆ ସେବକ ମହାଦୀପ ଉଠାଇଥିଲେ। ସେତେବେଳେ ଝିପି ଝିପି ବର୍ଷାହେବା ସହ ପବନ ବହୁଥିଲା। ସେ ଦୀପ ରଖୁଥିବା ବେଳେ ମାନସିକ ବାନା ଉଡି ସେଥିରେ ଲାଗି ଯାଇଥିଲା। ନୀଳଚକ୍ରରେ ଲଗା ଯାଇଥିବା ବାନା ପୋଡୁଥିବା ଦେଖି ତଳେ ଛିଡା ହୋଇଥିବା ଭକ୍ତ ଏବଂ ସେବକମାନେ ବିଚଳିତ ହୋଇପଡିଥିଲେ। ବାନାରେ ଲାଗିଥିବା ନିଆଁ ଝୁଲ ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ପଡିଥିଲା। ଯାହକୁ ଦେଖି ଲୋକେ ଆତଙ୍କିତ ହୋଇଯାଇଥିଲେ। ଏହାକୁ ନେଇ ଉଦ୍‌ବେଗଜନକ ପରିସ୍ଥିତି ଲାଗି ରହିବା ପରେ ଶ୍ରୀମନ୍ଦିର ପ୍ରଶାସନ ଚୁନରା ସେବକମାନଙ୍କୁ ଅଁଳାବେଢ଼ାକୁ ପଠାଇଥିଲା। ଚୁନରା ସେବକମାନେ ଅଁଳାବେଢ଼ାକୁ ଯାଇ ସ୍ଥିତି ନିୟନ୍ତ୍ରଣ କରିଥିଲେ। ତେବେ ଏହି ବଡ଼ ଅଘଟଣ ଭକ୍ତଙ୍କ ମହଲରେ ଆଲୋଡ଼ନ ସୃଷ୍ଟି କରିଛି। ଶ୍ରୀମନ୍ଦିର ଇତିହାସରେ ଏହା ଏକ ବିରଳ ଘଟଣା ବୋଲି କୁହାଯାଉଛି। କେତେକ ବରିଷ୍ଠ ସେବକ ଏହା ଅଶୁଭ ସୂଚନା ବୋଲି ମତ ଦେଇଛନ୍ତି। ତେବେ ପତିତପାବନ ବାନା ସୁରକ୍ଷିତ ଥିବାରୁ ଶ୍ରୀଜୀଉଙ୍କ ସେବାପୂଜା ଏବଂ ନୀତିକାନ୍ତିରେ ବାଧା ସୃଷ୍ଟି ହୋଇନାହିଁ!

Get real time updates directly on you device, subscribe now.