fbpx

ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ, ୧ା୨ (ଓଡିଶା ଭାସ୍କର): କଟକ ଜିଲ୍ଲା ତୁଳସୀପୁର ସ୍ଥିତ ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ତେବେ ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ୩ଟି ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ହସ୍ପିଟାଲରେ ଥିବା ରୋଗୀଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି । ଖବର ପାଇଁ ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀ ପହଞ୍ଚିଛନ୍ତି । ବର୍ତ୍ତମାନ ସୁଦ୍ଧା ଦମକଳ ବାହିନୀ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.