fbpx

ଗଞ୍ଜାମରେ ଗୁଳିମାଡ଼: ବ୍ଲକ ଅଧ୍ୟକ୍ଷଙ୍କୁ ହତ୍ୟା

ବ୍ରହ୍ମପୁର, ୨୦ା୧ (ଓଡିଶା ଭାସ୍କର): ଗଞ୍ଜାମ ଜିଲ୍ଲାରେ ଏକ ଗୁଳିକାଣ୍ଡ ଘଟିଛି । ଏହି ଘଟଣାରେ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟିଛି । ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ଗ୍ରାମରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ବେଗୁନିଆପଡ଼ା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଦେବରାଜ ସାହୁ ଛକରେ ଚା ପିଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳିମାଡ଼ କରିଥିଲେ । ୩ ଜଣ ଏକ ବାଇକରେ ଆସି ତାଙ୍କ ଉପରକୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ । ଦେବରାଜଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

Get real time updates directly on you device, subscribe now.