fbpx
BJD
BJD SKY
BJD SKY

ମତ୍ସ୍ୟ ଉତ୍ପାଦନରେ ଓଡିଶା ଦେଶର ଚତୁର୍ଥ ସ୍ଥାନରେ, ‘ମାଛ ଉତ୍ପାଦନ ଦଶଗୁଣା ବୃଦ୍ଧି ପାଇଛି’

BJD

ଭୁବନେଶ୍ବର (ଓଡ଼ିଶା ଭାସ୍କର): ରାଜ୍ୟରେ ଥିବା ପ୍ରଚୁର ଜଳସଂପଦରେ ମତ୍ସ୍ୟଚାଷର ବିପୁଳ ସମ୍ଭାବନାକୁ ଉପଯୋଗ କରି ମାଛ ଉତ୍ପାଦନ ବୃଦ୍ଧି କରାଯାଇପାରିଛି । ଦୁଇ ଦଶନ୍ଧିରେ ମାଛ ଉତ୍ପାଦନ ୨.୬୦ ଲକ୍ଷ ମେଟ୍ରିକ୍‌ ଟନ୍‌ରୁ ବୃଦ୍ଧି ପାଇ ୨୦୨୧-୨୨ରେ ୯.୯୧ ଲକ୍ଷ ମେଟ୍ରିକ୍‌ ଟନ୍‌ରେ ପହଞ୍ଚିଛି ଏବଂ ମତ୍ସ୍ୟ ଉତ୍ପାଦନରେ ଓଡ଼ିଶା ଦେଶରେ ଚତୁର୍ଥ ସ୍ଥାନ ହାସଲ କରିଛି । ରାଜ୍ୟ ସରକାରଙ୍କ ଦ୍ୱାରା ମତ୍ସ୍ୟଚାଷ ଅନୁକୂଳ ନୀତି ପ୍ରଣୟନ, ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର, ଉନ୍ନତ ପ୍ରଜାତିର ମାଛଚାଷ ଓ ମତ୍ସ୍ୟଖାଦ୍ୟ ପ୍ରୟୋଗ ଫଳରେ ମାଛଚାଷରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । ଆସୋଚାମ୍‌ ଦ୍ୱାରା ଆୟୋଜିତ ‘ଭାରତରେ ମାଛଚାଷ ଏବଂ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣର ସୁଦୃଢ଼ୀକରଣ’ ଶୀର୍ଷକ ଏକ ୱେବିନାରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ୨୦୦୦-୦୧ରେ ରାଜ୍ୟରେ ୧,୦୪୬ କୋଟି ଟଙ୍କା ମୂଲ୍ୟର ମାଛ ଉତ୍ପାଦନ ହୋଇଥିବାବେଳେ ୨୦୨୦-୨୧ ବର୍ଷରେ ଏହା ପ୍ରାୟ ଦଶଗୁଣା ବୃଦ୍ଧି ପାଇ ୧୦,୮୧୫ କୋଟି ଟଙ୍କାରେ ପହଞ୍ଚିଛି ।

ରାଜ୍ୟର ମୋଟ ମୂଲ୍ୟ ଯୋଗଦାନରେ ମତ୍ସ୍ୟ କ୍ଷେତ୍ରର ଅବଦାନ ୨.୪ ପ୍ରତିଶତ ହୋଇପାରିଛି । କ୍ଷାରିପାଣି ଚିଙ୍ଗୁଡ଼ି ଚାଷରେ ମଧ୍ୟ ମତ୍ସ୍ୟ ଉତ୍ପାଦିକା ପ୍ରାୟ ୬ ଗୁଣ ବୃଦ୍ଧି ପାଇଛି ବୋଲି ସେ ପ୍ରକାଶ କରିଛନ୍ତି । ୱେବିନାର ପ୍ରାରମ୍ଭରେ ଆସୋଚାମ୍‌ର ବରିଷ୍ଠ ନିର୍ଦ୍ଦେଶକ ପରମିନ୍ଦରଜିତ କୌର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବାବେଳେ ଭାରତ ସରକାରଙ୍କ ସାମୁଦ୍ରିକ ମତ୍ସ୍ୟ ବିଭାଗର ଯୁଗ୍ମ ସଚିବ ଡ. ଜେ. ବାଲାଜୀ, ଜାତୀୟ ମତ୍ସ୍ୟ ଉନ୍ନୟନ ବୋର୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଡ. ସୁବର୍ଣ୍ଣା ଚନ୍ଦ୍ରାନ୍ତ୍ରାଗାରି, ଗୋଆର ମତ୍ସ୍ୟ ନିର୍ଦ୍ଦେଶକ ଡ. ଶର୍ମିଳା ମଣ୍ଟେରିଓ, ଓଡ଼ିଶା ସାମୁଦ୍ରିକ ଖାଦ୍ୟ ରପ୍ତାନୀକାରୀ ସଂଘର ସଭାପତି ଡ. କମଳେଶ ମିଶ୍ର, ମୟାଙ୍କ ଆକ୍ୱାକଲଚର ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ ଡ. ମନୋଜ ଶର୍ମା, ଫାଲକମ୍‌ ମାରାଇନ୍‌ ଏକ୍ସପୋର୍ଟ ଲିମିଟେଡ୍‌ର ନିର୍ଦ୍ଦେଶକ ପ୍ରିୟଙ୍କା ମହାନ୍ତି, ଆଦିତ୍ୟ ବିର୍ଲା ଗ୍ରୁପର ଗ୍ଲୋବାଲ୍‌ ସେଗ୍‌ମେଂଟ ମୁଖ୍ୟ (ସାମୁଦ୍ରିକ ଖାଦ୍ୟ) ମହେଶଙ୍କ ପ୍ରମୁଖ ଭାଗନେଇ ଭାରତ ତଥା ରାଜ୍ୟର ମତ୍ସ୍ୟ ଚାଷ ଓ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ବିଭିନ୍ନ ଦିଗ ସଂପର୍କରେ ଆଲୋଚନା କରିଥିଲେ।

Get real time updates directly on you device, subscribe now.