fbpx

ରାଜ୍ୟରେ ବଢ଼ିଲା ସଂକ୍ରମଣ, କମିଲା ମୃତ୍ୟୁ ସଂଖ୍ୟା: ଆଜି ୫ଟି ମୁଣ୍ଡ ଗଡ଼ିଲା

ଭୁବନେଶ୍ୱର, ୩ା୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ତେବେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଆଜି ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଓ ଖୋର୍ଦ୍ଧାରୁ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମୋଟ ୮୯୧୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟର ୧୪ ଜଣ ରୋଗୀଙ୍କ ମୃତ୍ୟୁ ଘଟିଥିବା ବେଳେ ୮୦୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ ।

Get real time updates directly on you device, subscribe now.