fbpx

ଶନିବାର ରାତିରେ ବନ୍ୟା! ଏସଆରସିଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି । ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ଏସଆରସି ପ୍ରଦୀପ ଜେନା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ହୀରାକୁଦରେ ୫.୨୦ ଲକ୍ଷ କ୍ୟୁସେକ୍ ଜଳ ପଶୁଥିବା ବେଳେ ୪.୮୦ କ୍ୟୁସେକ୍ ଜଳ ବାହାରୁଛି । ହୀରାକୁଦରୁ ଆସୁଥିବା ଜଳ ଶନିବାର ସକାଳ ସୁଦ୍ଧା ମୁଣ୍ଡଳିରେ ବଢ଼ିବ । ଶନିବାର ସକଳାରୁ ମଧ୍ୟାହ୍ନ ଭିତରେ ୮ ଲକ୍ଷ କ୍ୟୁସେକ୍ ଜଳ ପାସ୍ କରିବ ବୋଲି ଏସଆରସି ।

ଏହା ସହିତ ମୁଣ୍ଡଳିରେ ମଧ୍ୟାହ୍ନରେ ଗଲେ ରାତି ସୁଦ୍ଧା ତଳିଆ ଅଞ୍ଚଳରେ ବନ୍ୟାପାଣି ପହଞ୍ଚିବ । ଶନିବାର ସନ୍ଧ୍ୟାରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା ରହିଛି । କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ଶନିବାର ରାତିରେ ଜଳ ପାସ୍ କରିବ । ଶନିବାର ରାତିରେ ଏକ ଛୋଟ/ମଧ୍ୟମ ଧରଣର ବନ୍ୟା ପାସ୍ କରିବ । ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ନିଖୋଜ ଅଛନ୍ତି । ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ୬ଟି ଜିଲ୍ଲାରେ ୩୦ ଟିମ୍ ଓଡ୍ରାଫ୍, ୧୨ ଟିମ୍ ଏନଡିଆରଏଫ୍ ଓ ଅଗ୍ନିଶମର ୧୦ ଟିମ ମୁତୟନ କରାଯିବ । କିନ୍ତୁ ଏଯାଲଁ ସେମିତି ଉଦବେଗଜନକ ସ୍ଥିତି ନାହିଁ ବୋଲି କହିଛନ୍ତି ଏସଆରସି ।

Get real time updates directly on you device, subscribe now.