ଆରକ୍ଷୀ ମହାନିର୍ଦ୍ଦେଶକଙ୍କ କଡ଼ା ନିର୍ଦ୍ଦେଶ ପରେ ଦିନରାତି ଚାଲିଛି ଚଢ଼ାଉ

ଭୁବନେଶ୍ୱର,୯ା୩:  ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ  ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି। ରବିବାର ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପୋଲିସର ସ୍ୱତନ୍ତ୍ର ଟିମ ବିଭିନ୍ନ ଚୋରା ବାଲିଘାଟ ଉପରେ ଚଢାଉ କରି ୧୩୬ଟି ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା ଜବତ କରାଯାଇଛି। ଏହା ସହ ୧୧୯ଟି ମାମଲା ରୁଜୁ କରାଯାଇଥିବା ବେଳେ ୧୨୩ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଏହି ଧରପଗଡ଼ ଲଗାତର ଭାବେ ଚାଲିବ। ଆଗାମୀ ଦିନରେ ମଧ୍ୟ ରାଜ୍ୟରେ ଚୋରା ବାଲି ଚାଲାଣ ରୋକିବାକୁ ପୋଲିସ ପକ୍ଷରୁ ଜୋରଦାର ଚଢ଼ାଉ ଜାରି ରହିବ।