fbpx

ପୁଣି କୁହୁଡ଼ି ସାଜିଲା କାଳ: ବସ-ଟ୍ରକ୍ ଧକ୍କାରେ ୧୦ ଜଣଙ୍କ ମୃତ୍ୟୁ, ୨୫ ଆହତ

ମୁରାଦାବାଦ, ୩୦ା୧: ଉତ୍ତର-ଭାରତରେ ଅତ୍ୟଧିକ ଥଣ୍ଡା ଓ କୁହୁଡ଼ି ଯୋଗୁଁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଉତ୍ତରପ୍ରଦେଶର ମୁରାଦାବାଦରେ ଏକ ଟ୍ରକ୍ ଓ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

କୁହୁଡ଼ି କାରଣରୁ ରାସ୍ତା ଠିକ ଭାବେ ଦେଖା ନଯିବା ଫଳରେ ଟ୍ରକ୍ ଓ ବସ୍ ମଧ୍ୟରେ ଧକ୍କା ହୋଇଥିଲା । ଏହି ଘଟଣା ମୁରାଦାବାଦ ଜିଲ୍ଲା ଠାରୁ ୧୮ କିମି ଦୂର କୁନ୍ଦରକି ଅଞ୍ଚଳରେ ଘଟିଥିଲା । ଏଥିରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଥିବା ଜଣାପଡ଼ିଛି । ଏହି ଘଟଣା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳ ପରିଦର୍ଶନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୃତକଙ୍କ ପରିବାରବର୍ଗଙ୍କୁ ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି ।

Get real time updates directly on you device, subscribe now.