fbpx

ପୂର୍ବତନ ମୁଖ୍ୟ ଶାସନ ସଚିବ ରବି ନାରାୟଣ ଦାସ ଆଉ ନାହାନ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ରବି ନାରାୟଣ ଦାସଙ୍କ ପରଲୋକ ଘଟିଛି । ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଅସୁସ୍ଥତା କାରଣରୁ ଦୁଇଦିନ ପୂର୍ବରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାଜ୍ୟର ଦୁଇ ଜଣ ମୁଖ୍ୟମନ୍ତ୍ରୀଙ୍କ ଶାସନ କାଳରେ ସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇଥିଲେ ।

ଶ୍ରୀ ଦାସ ୧୯୩୫ ମସିହାରେ ଯାଜପୁର ଜିଲ୍ଲା କମାଗଡ଼ରେ ଜନ୍ମ ଗ୍ରହଣ କରିଥିଲେ । ସେ ରେଭେନ୍ସା କଲେଜିଏଟ୍ ସ୍କୁଲ ଓ ରେଭେନ୍ସା କଲେଜରୁ ଶିକ୍ଷା ଗ୍ରହଣ କରିଥିଲେ । ପରବର୍ତ୍ତୀ ସମୟରେ ସେ ପାଟନାରୁ ସ୍ନାତକୋତ୍ତର ଶିକ୍ଷା ହାସଲ କରିବା ପରେ ୧୯୫୯ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ । ୧୯୯୨ ମସିହା ଡିସେମ୍ବର ମାସ ପହିଲାରେ ସେ ମୁଖ୍ୟ ଶାସନ ସଚିବ ପଦ ସମ୍ଭାଳିଥିଲେ । ଉଭୟ ବିଜୁ ପଟ୍ଟନାୟକ ଓ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ସେ କାର୍ଯ୍ୟ ସମ୍ଭାଳିଥିଲେ । ତାଙ୍କର ମୃତ୍ୟୁରେ ରାଜ୍ୟର ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆତ୍ମାର ସଦଗତି କାମନା କରିଛନ୍ତି ।

Get real time updates directly on you device, subscribe now.