fbpx
BJD SKY
BJD SKY

ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ; ଫୁସ୍‌ଫୁସ୍‌ ସଂକ୍ରମଣ ପାଇଁ ହେଉଥିଲେ ଚିକିତ୍ସିତ

BJD

କଟକ: (ଓଡ଼ିଶା ଭାସ୍କର) ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ।

ଦିର୍ଘଦିନ ଧରି ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ଥାଲା । ତେବେ ତାଙ୍କ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିଲା ନେଇ କୁହାଯାଉଛି । ପ୍ରଥମେ କମଳା ରାଜଧାନୀର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ।

କମଳା ଦାସ ଜଣେ ରାଜନୀତିଜ୍ଞ ଥିଲେ। ପ୍ରଥମେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।

କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ଏବଂ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ ପୁଣି ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

Get real time updates directly on you device, subscribe now.