fbpx

ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କ ଦେହାନ୍ତ ହୋଇଥିବା ଜଣାପଡ଼ିଛି । ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ୪ ଥର ନିର୍ବାଚିତ ହୋଇଥିଲେ ଦୁର୍ଯ୍ୟୋଧନ ।

ସୂଚନା ଯେ, ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଗତ ରାତିରେ ଶୋଇଥିବା ସମୟରେ ହଠାତ୍‌ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ସେଠାରେ ରାତି ପ୍ରାୟ ୩ଟାରେ ତାଙ୍କ ପରଲୋକ ହୋଇଛି । ସେ ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ ୪ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିବା ବେଳେ ଥରେ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବରେ କାର୍ଯ୍ୟ ତୁଲାଇଥିଲେ।

Get real time updates directly on you device, subscribe now.