fbpx

ପୂର୍ବତନ ପୋଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ

କଟକ: ପୂର୍ବତନ ପୋଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ। କଟକ ସ୍ଥିତ ସିଡିଏ-୬ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ଅନାଦିଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ଅନାଦି ସାହୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ୨ ରୁ ୩ ବର୍ଷ ହେବ ସେ ଶର୍ଯ୍ୟାଶାୟୀ ଥିଲେ।

ବ୍ରହ୍ମପୁରର ସାଂସଦ ଥିଲେ ଅନାଦି ସାହୁ। ଅନାଦି ସାହୁଙ୍କ ଶେଷ ଦର୍ଶନ କରିବା ପାଇଁ ସିଡିଏ ସ୍ଥିତ ବାସଭବନରେ ନେତା ଓ ଶୁଭେଚ୍ଛୁଙ୍କ ଭିଡ଼ ଜମିଛି। ଅନାଦି ସାହୁଙ୍କ ଶେଷକୃତ୍ୟ କଟକର ସତୀ ଚଉରାରେ ହେବ ବୋଲି ସୂଚନା ରହିଛି।

Get real time updates directly on you device, subscribe now.